ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | June 25, 2021 IST

ରାଇରଙ୍ଗପୁର,୨୫/୦୬ : ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଦଲସରା ଗ୍ରାମ ନିକଟ ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

ସୂଚନାନୁସାରେ, ରେଳ ଧାରଣାରେ ଜଣେ ଯୁବକଙ୍କ ମୃତଦେହ ପଡିଥିଲା । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ।  ମୃତ ଯୁବକ ହେଲେ ଦଲସରା ଗ୍ରାମ ଚାଇବସା ସାହିର ସୁରେଇ ହେମ୍ବ୍ରମ ।  ତେବେ ତାଙ୍କୁ କେହି ହତ୍ୟା କରି ରେଳ ଧାରଣାରେ ଫିଙ୍ଗି ଦେଇଥିବା ଗ୍ରାମବାସୀ ସନ୍ଦେହ କରୁଛନ୍ତି । ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।   

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.