ଏହିସବୁ ଜିଲ୍ଲାରେ ଘଡଘଡି ସହ ହେବ ବର୍ଷା, ସତର୍କତା ଜାରି କଲା ପାଣିପାଗ ବିଭାଗ

Published By : Prameya-News7 Bureau | February 25, 2020 IST

ଭୁବନେଶ୍ବର ୨୫।୨: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ରାଜ୍ୟର ୧୭ଟି ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ସକାଳ ୧୧ଟା ୩୦ଟା ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ୧୭ ଜିଲ୍ଲା ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ନୟାଗଡ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ବୁଧବାର ମଧ୍ୟ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଆସନ୍ତା ୪୮ ଘଣ୍ଟା ପରେ ପାଗରେ ପରିବର୍ତ୍ତନ ଆସିବ । ବର୍ଷା କମିବା ସହ ଘନ କୁହୁଡି ଦେଖାଯିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.