ବିଜୁଳି ସହ କୁଆ ପଥର ମାଡ, ୧୦ ଜିଲ୍ଲାକୁ କାଲି ସକାଳ ସାଢେ ୮ଟା ଯାଏଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Published By : Prameya-News7 Bureau | April 20, 2021 IST

ଭୁବନେଶ୍ଵର ୨୦।୦୪: ବିଜୁଳି ଓ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ପାଣିପାଗ ବିଭାଗ ତରଫରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାଗନିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା, ଗଜପତି ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବହ ବହିବା ସହ କୁଆ ପଥର ମାଡ ସମ୍ଭାବନା। ଏହି ସମୟରେ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.