Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଆଗକୁ ଦୁଇଟି ଲଘୁଚାପ, ଭିଜିବ ଦକ୍ଷିଣ ଓ ଉପକୂଳ ଓଡିଶା

9/11/2021 at 8:09 AM

ଭୁବନେଶ୍ୱର,୦୯/୧୧: ଆସନ୍ତା ୧୧ରୁ ୧୩ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା ହେବ । ମେଘୁଆ ପାଗ ସହ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ସମେତ ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ଏହି ପୂର୍ବାନୁମାନ କରିଛି ।

ମଙ୍ଗଳବାର ତାମିଲନାଡୁ ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ରହିଛି । ୧୧ତାରିଖ ରାତିରେ ଏହା ତାମିଲନାଡୁ ସୀମା ଅତିକ୍ରମ କରିବ । ଫଳରେ ୧୧ରୁ ୧୩ ଯାଏ ଉପକୂଳ ଓ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ।

ସେହିଭଳି ନଭେମ୍ବର ୧୪ରେ ପୁଣି ଏକ ଲଘୁଚାପ ଆସୁଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ । ଧାନ ଅମଳ କରିବାର ସମୟ ହୋଇଥିବାରୁ ବର୍ଷା କବଳରୁ ଫସଲ ରକ୍ଷା କରିବାକୁ ଚାଷୀମାନେ ଆବଶ୍ୟକ ପଦକ୍ଷେପ ନେବାକୁ ଡ. ସାହୁ କହିଛନ୍ତି ।

ସୋମବାର ରାଜ୍ୟରେ ୮ସହରର ରାତି ତାପମାତ୍ରା ୧୫ଡିଗ୍ରୀ ତଳେ ଥିଲା । ଦାରିଙ୍ଗିବାଡିରେ ସର୍ବନିମ୍ନ ତାପମାତ୍ରା ୧୦ଡିଗ୍ରୀ ଥିଲା । ଫୁଲବାଣୀରେ ୧୧.୫ ଡିଗ୍ରୀ, କୋରାପୁଟରେ ୧୨, କେନ୍ଦୁଝରରେ ୧୩, ଭବାନୀପାଟଣା ଓ ଝାରସୁଗୁଡାରେ ୧୪.୨, ଟିଟିଲାଗଡ ଓ ସୋନପୁରରେ ରାତି ତାପମାତ୍ରା ୧୪.୮ ଡିଗ୍ରୀ ରହିଥିଲା ।

   Related Posts