Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ବୁଧବାର ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୩୦ ଯାଏଁ ବର୍ଷା

27/07/2021 at 7:36 AM

ଭୁବନେଶ୍ୱର, ୨୭|୦୭:  ଚଳିତବର୍ଷ ମୌସୁମୀ ବର୍ଷା ନିଅଣ୍ଟିଆ ରହିଛି । ଜୁନ୍‌ ପହିଲାରୁ ସୁଦ୍ଧା ରାଜ୍ୟରେ ଯେତିକି ବର୍ଷା ହେବା କଥା, ତା’ଠାରୁ ୨୦% କମ୍‌ ରହିଛି। ଏବେ ବି ଅଧା ଓଡ଼ିଶାରେ ବର୍ଷା ଅଭାବ ରହିଛି । ଏତିକିବେଳେ ଉତ୍ତର ବଙ୍ଗୋପସାଗର ତଥା ତା’ର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଘନୀଭୂତ ହୋଇ ବୁଧବାର (୨୮ ତାରିଖ) ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ରାଜ୍ୟରେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ଉତ୍ତର ଓଡ଼ିଶା ଓ ପାଶ୍ୱର୍ବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ସମ୍ଭାବନା ଅଛି । ତେବେ ସମ୍ଭାବ୍ୟଜନିତ ଲଘୁଚାପ ଯୋଗୁ ବର୍ଷାର ଅଭାବି ଦୂର ହେବ କି ନାହିଁ, ତା’ ଉପରେ ଚାଷୀକୂଳର ଭାଗ୍ୟ ନିର୍ଭର କରୁଛି ।

ମଙ୍ଗଳବାର (୨୭ ତାରିଖ) ଉତ୍ତର ଓଡ଼ିଶାର ଅନେକ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର ଓ ଭଦ୍ରକରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି।

୨୯ରେ ରାଜ୍ୟର ଅଧିକାଂଶ ଜାଗାରେ ବର୍ଷା ହେବ । ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୩୦ରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ ।

   Related Posts