ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ, ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
20/06/2019 at 12:55 PM

ଭୁବନେଶ୍ବର ୨୦|୬: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ । ଯଦି ପାଗ ଅନୁକୂଳ ରୁହେ ତାହେଲେ ଆସନ୍ତାକାଲି ସୁଦ୍ଧା ମୌସୁମୀ ବାୟୁ ଓଡିଶା ଛୁଇଁବା ସମ୍ଭାବନା ଅଧିକ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ମୌସୁମୀ ଛୁଇଁବା ପରେ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି ।
ଏପଟେ ୧୧ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ ଏବଂ ଯାଜପୁର । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।