Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ବଙ୍ଗୋପସାଗରରେ ଲଘୁଚାପ : ୧୨ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା, ୟେଲୋ ଓ୍ବାର୍ଣ୍ଣିଂ ଜାରି

10/06/2020 at 8:05 AM

ଭୁବନେଶ୍ବର ୧୦।୬: ଆସନ୍ତା ୪୮ ଘଣ୍ଟାରେ ଓଡିଶା ଛୁଇଁପାରେ ମୌସୁମୀ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାଦ୍ବାରା ଓଡିଶାକୁ ଶୀଘ୍ର ମୌସୁମୀ ପ୍ରବେଶ କରିପାରେ । ଦକ୍ଷିଣ ଓଡିଶା ଦେଇ ଏହା ଓଡିଶାରେ ପ୍ରବେଶ କରିପାରେ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ବସ କହିଛନ୍ତି, ଲଘୁଚାପ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୪୮ ଘଣ୍ଟା ଭିତରେ ସ୍ପଷ୍ଟ ଚିହ୍ନଟ ଲଘୁଚାପରେ ପରିଣତ ହେବ । ଆସନ୍ତାକାଲିଠାରୁ ୧୨ ଯାଏଁ ରାଜ୍ୟରେ ବର୍ଷା ହେବ । ୧୧ କିମ୍ବା ୧୨ ତାରିଖରେ ମୌସୁମୀ ଓଡିଶା ଛୁଇଁଯିବ ।

ଆସନ୍ତାକାଲି ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ । ଉତ୍ତର ଓଡିଶାର ଅନେକ ଜାଗାରେ ବି ବର୍ଷା ସମ୍ଭାବନା ଅଛି । ମାଲକାନଗିରି, କୋରାପୁଟ, ରାୟଗଡାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କଳାହାଣ୍ଡିର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଉପକୂଳ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ୧୧ରେ ବର୍ଷା ପ୍ରକୋପ ବଢ଼ିବ । ସାରା ରାଜ୍ୟରେ ବର୍ଷା ହେବ । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମରେ ପ୍ରବଳରୁ ପ୍ରବଳତର ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରାୟଗଡ଼ା, ନବରଙ୍ଗପୁର, ପୁରୀ, କଳାହାଣ୍ଡି ଓ କନ୍ଧମାଳରେ ବି ପ୍ରବଳ ବର୍ଷା ଆଶଙ୍କା ଅଛି । ୧୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । 

   Related Posts