ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା
17/07/2019 at 10:13 AM

ଭୁବନେଶ୍ବର ୧୭|୭: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ । ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡିଶା ପର୍ଯ୍ୟନ୍ତ କୋହଲା ପାଗ ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତେବେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଓଡିଶାରେ ବଡ ବର୍ଷାର ଆଶଙ୍କା ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ଆଜିଠାରୁ ଉତ୍ତର, ପଶ୍ଚିମ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲକା ବର୍ଷା ହେବ । ତେବେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ସେହିପରି କାଲିଠୁ ୨୦ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ।
Related Posts
ରକ୍ତ ପାଇଁ ଯେମିତି କାହାରି ଜୀବନ ନ ଯାଉ: ମନ୍ତ୍ରୀ ଟୁକୁନି ସାହୁ
28 February 2021
ବାରୁଣାବନ୍ତ ପାହାଡରେ ଲାଗିଲା ନିଆଁ, ବହୁ ମୂଲ୍ୟବାନ ଗଛ ଜଳିପୋଡି ପାଉଁଶ
28 February 2021