Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : କାଲିଠୁ ବଢିବ ବର୍ଷା

27/08/2019 at 9:18 AM

ଭୁବନେଶ୍ବର ୨୭|୮: ଉତ୍ତର ପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ବଢିବ । ଗୁରୁବାର ଠାରୁ ବର୍ଷାର ପ୍ରକୋପ ଆହୁରି ବଢିବ । ୨/୩ ଦିନ ଧରି ବର୍ଷା ଲାଗି ରହିବ । ଉତ୍ତର ଓଡିଶାର ଅନେକ ଜାଗା ସହ ଦକ୍ଷିଣ ଉପକୂଳ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବ । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାର ଦକ୍ଷିଣ ଓଡିଶାର ଅଧିକାଂଶ ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ପାଣିପାଗ ବିଭାଗ । ମୟୁରଭଞ୍ଜ, କେନ୍ଦୁଝର,କେନ୍ଦ୍ରାପଡା,କଟକ, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଏହା ପରେ ବର୍ଷା ପରିମାଣ କମିବ । ୨୮ ଲଘୁଚାପ ପରେ ୨ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ।

   Related Posts