ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ : ରାଜ୍ୟର ଅଧିକାଂଶ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା

Published By : Prameya-News7 Bureau | September 18, 2019 IST

ଭୁବନେଶ୍ବର ୧୮।୯: ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ବଳୟରେ ପରିଣତ ହେବ। ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ କାଁ ଭାଁ କେତୋଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଜି ପୂର୍ବାହ୍ନ ସୁଦ୍ଧା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.