Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

୧୮ରେ ଆଉ ଏକ ଲଘୁଚାପ, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

10/09/2021 at 7:40 AM

ଭୁବନେଶ୍ୱର,୧୦/୦୯: ଆସନ୍ତା ୧୮ ତାରିଖରୁ ରାଜ୍ୟରେ ଆଉ ଏକ ଲଘୁଚାପ ହେବ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ଆସନ୍ତା ୧୦ ତାରିଖ ପରେ ଏହା ହେବ ସେପ୍ଟେମ୍ବର ମାସର ତୃତୀୟ ଲଘୁଚାପ । ଏହାଦ୍ୱାରା ସାରା ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନୀ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।

ପ୍ରଥମେ ଶୁକ୍ରାବାର ଏକ ଲଘୁଚାପ ବଳୟ ହେବ । ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୧୧ରୁ ୧୩ ତାରିଖ ଭିତରେ ପ୍ରବଳ ବର୍ଷା ହୋଇପାରେ । ଆଗକୁ ବର୍ଷା ହେବାର ଥିବାରୁ ଖାଲି ପଡ଼ିଥିବା ଢିପ ଜମିରେ ପାଗ ଦେଖି ବର୍ତ୍ତମାନଠାରୁ ପ୍ରାକ୍‌ ରବି ଅଣ ଧାନ ଫସଲ ବୁଣାବୁଣି ଆରମ୍ଭ କରିବାକୁ ପ୍ରଫେସର ପଶୁପାଳନ ପରାମର୍ଶ ଦେଇଛନ୍ତି ।

ସାଧାରଣ ଭାବେ ସେପ୍ଟେମ୍ବର ମାସରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥାଏ । କିନ୍ତୁ ଚଳିତବର୍ଷ ଉତ୍ତର ବଙ୍ଗୋପସାଗରରେ ସେପ୍ଟେମ୍ବରରେ ଲଘୁଚାପ ହେବ । ଏହା ସାଧାରଣ ଭାବେ ସ୍ୱାଭାବିକ ନୁହେଁ । କିନ୍ତୁ ଲଘୁଚାପ ଯୋଗୁ ବର୍ଷା ହେଲେ ବି ରାଜ୍ୟରେ ଅଗଷ୍ଟ ମାସ ଯାଏ ହୋଇଥିବା ନିଅଣ୍ଟିଆ ବର୍ଷାର ପରିମାଣ ଭରଣା ହେବା ସମ୍ଭାବନା କମ୍‌ ବୋଲି ସେ କହିଛନ୍ତି ।

ସେପଟେ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ କହୁଛି, ଆସନ୍ତା ୧୧ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ୧୧ ତାରିଖରେ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୧୨ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ସେହିଭଳି ଗଜପତି, ନୟାଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ୧୩ରେ କିଛି ଆଭ୍ୟନ୍ତରୀଣ ଓଡ଼ିଶା ଓ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ ହୋଇଛି ।

   Related Posts