Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||

ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା: ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

14/08/2020 at 7:25 AM

 ଭୁବନେଶ୍ବର୧୪/୮:  ବଙ୍ଗୋପସାଗରର ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ଜିଲ୍ଲାମାନଙ୍କରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି

ସେହିପରି ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର, ଦେବଗଡ ଆଦି ୧୦ ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

   Related Posts