Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଅବପାତର ରୂପ ନେଲା ଘୂର୍ଣ୍ଣିବଳୟ : ପାରାଦ୍ୱୀପଠୁ ୭୦ କିମି ଦୂରରେ କେନ୍ଦ୍ରୀଭୂତ, ସାରା ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା

13/09/2021 at 7:21 AM

ଭୁବନେଶ୍ୱର, ୧୩|୦୯: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଅବପାତର ନୂପ ନେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏହା ପାରାଦୀପ ଠାରୁ ୭୦ କିଲୋମିଟର ପୂର୍ବକୁ କେନ୍ଦ୍ରୀଭୂତ ହୋଇଛି । ଏହା ଏବେ ପଶ୍ଚିମ -ଉତ୍ତରପଶ୍ଚିମ ଦଗରେ ଗତି କରୁଛି । ଚାନ୍ଦବାଲି ସୀମା ଦେଇ ଏହା ଅତିକ୍ରମ କରିବ।

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ ଅଭିମୁଖେ ଅଗ୍ରସର ହେବ। ଏହାର ପ୍ରଭାବରେ ଉପକୂଳ ଏବଂ ପଶ୍ଚିମ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ଲାଗି ରହିବି । ଉପକୂଳ ଓଡ଼ିଶାରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହୁଛି । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ଏଣୁ ଆସନ୍ତା କାଲି ପର୍ଯ୍ୟନ୍ତ ନ ସମୁଦ୍ରକୁ ନଯିବା ଲାଗି ସତର୍କ କରାଇଦିଆଯାଇଛି। ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଥିଲା।

ପୁରୀ, ଖୋର୍ଧା, ଜଗତସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆଜି ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ଲାଗି କୁହାଯାଇଛି। ଲଗାଣ ବର୍ଷା ଯୋଗୁଁ ମହାନଦୀ, ଦେବୀ, କୁଶଭଦ୍ରା, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ଓ ଋଷିକୂଲ୍ୟା ଆଦି ନଦୀର ଜଳସ୍ତର ଧୀରେ ଧୀରେ ବଢ଼ିବାରେ ଲାଗିଛି।

ସୋମବାର ସକାଳ ୮ଟା ୩୦ ସୁଦ୍ଧା ପୁରୀ, ଖୋର୍ଧା, କଟକ, ଜଗତ୍ ସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ସ୍ଥାନେ ସ୍ଥାନେ ଅତିରୁ ଅତିପ୍ରବଳ ଅର୍ଥାତ୍ ୨୦୦ ମିମିରୁ ଅଧିକ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ଅନ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ପରବର୍ତୀ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼ ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।

   Related Posts