ମଙ୍ଗଳ ଓ ବୁଧବାର ମଧ୍ୟମ ଧରଣର ବର୍ଷା ସମ୍ଭାବନା, ଭିଜିବ ୧୨ ଜିଲ୍ଲା

Published By : Prameya-News7 Bureau | October 05, 2021 IST

ଭୁବନେଶ୍ୱର,୦୫/୧୦: ମଙ୍ଗଳବାର ଓ ବୁଧବାର ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବ । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୫ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିଭଳି ୬ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.