Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ବଙ୍ଗୋପସାଗରରେ ଲଘୁଚାପ, ୧୯ ଯାଏଁ ପ୍ରବଳ ବର୍ଷା

17/10/2021 at 8:48 AM

ଭୁବନେଶ୍ୱର, ୧୭/୧୦ : ରାଜ୍ୟରେ ଆଉ ତିନି ଦିନ ବର୍ଷା ଲାଗି ରହିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ଧରି କାଁ ଭାଁ ବର୍ଷା ହେଉଛି । ଆଗକୁ ଆହୁରି ୩ ଦିନ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ଉପକୂଳ ଓଡିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ସହ ବର୍ଷା ହୋଇପାରେ ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତିରେ କାଁ ଭାଁ ବର୍ଷା ହେବ । ୧୮ରେ ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡିଶା ଓ ଅନ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ । ୧୯ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

   Related Posts