Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୧୧ରେ ଲଘୁଚାପ, ଆସନ୍ତା ୪ ଦିନ ଯାଏଁ ଏହି ସବୁ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା

10/07/2021 at 7:49 AM

ଭୁବନେଶ୍ୱର, ୧୦|୦୭:  ରାଜ୍ୟରେ ଏବେ ବି ବଡ଼ ବର୍ଷା ସମ୍ଭାବନା କମ୍‌ । ଆସନ୍ତା ୪ ଦିନ ଭିତରେ ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ କହିଛି, ଶନିବାର ଉପକୂଳ ଓଡ଼ିଶାର ଅନେକ ସ୍ଥାନ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରିର ଅଳ୍ପ କେତେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ତେବେ ଦକ୍ଷିଣ ଓଡ଼ିଶାର ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷିପାରେ । ଅନେକ ଜାଗାରେ ଘଡ଼ଘଡ଼ି ସହ ଅସରାଏ ଲେଖାଏଁ ବର୍ଷା ହୋଇପାରେ ।

୧୧ ତାରିଖରେ ଲଘୁଚାପ ସମ୍ଭାବନା ରହିଛି । ତଥାପି ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା କମ୍‌ । ଲଗାଣ କିମ୍ବା ବଡ଼ ବର୍ଷା ସମ୍ଭାବନା ବି କମ୍‌ ରହିଛି । ଅନୁମାନ କରାଯାଉଛି, ୧୧ ତାରିଖରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତିରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖରେ ପୁରୀ, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି ।

୧୩ ତାରିଖରେ ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ । ରାଜ୍ୟର ବାକି ଅଞ୍ଚଳରେ ବଡ଼ ବର୍ଷା କିମ୍ବା ଲଗାଣ ବର୍ଷା ସମ୍ଭାବନା ଦେଖାଯାଉନି । ଶୁକ୍ରବାର ନୟାଗଡ଼, ଭୁବନେଶ୍ୱର, ହୀରାକୁଦ, ସମ୍ବଲପୁର, ବାରିପଦାରେ ଅସରାଏ ଲେଖାଏଁ ଘଡ଼ଘଡ଼ି ସହ ବର୍ଷା ହୋଇଛି ।

   Related Posts