Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଓଡିଶା ଉପକୂଳ ଛୁଇଁବ ଘୂର୍ଣ୍ଣିବଳୟ, ୨୪ ଯାଏଁ ବର୍ଷା ସମ୍ଭାବନା

19/09/2021 at 7:42 AM

ଭୁବନେଶ୍ୱର, ୧୯|୦୯:  ରାଜ୍ୟରେ ରବିବାରଠୁ ବଢିବ ବର୍ଷା। ଶନିବାର ଦିନ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ରବିବାର ଓଡ଼ିଶା ଉପକୂଳ ଛୁଇଁବ। ଏହା ପ୍ରଭାବରେ ଆଜି ଉତ୍ତରଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବ।

୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି। ଏହା ଦକ୍ଷିଣ-ପଶ୍ଚିମ ଆଡ଼କୁ ଢ଼ଳି ରହିଥିବା ବେଳେ ଆସନ୍ତା ୧୨ଘଣ୍ଟାରେ ଓଡ଼ିଶା ଉପକୂଳ ସ୍ପର୍ଶ କରିବ।

ଫଳରେ ରାଜ୍ୟରେ ବର୍ଷା ବଢ଼ିବ। ଆଜି ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ୮ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି। ସେହିଭଳି ୨୦ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

   Related Posts