Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

୧୧ ସୁଦ୍ଧା ସାରା ରାଜ୍ୟକୁ ଛୁଇଁବ ମୌସୁମୀ, ଆଜି ଏହି ୧୫ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା !

7/06/2021 at 8:26 AM

ଭୁବନେଶ୍ୱର, ୦୭/୦୬: ସୋମବାର ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅନ୍ୟ ଜିଲ୍ଲାଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଜାରି ରହିବ । ତେବେ ମଙ୍ଗଳବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ । ସେହିପରି ପବନ ବୋହିବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ଆକଳନ କରିଛି । ସେହି ଜିଲ୍ଲାଗୁଡିକ ପାଇଁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌(ଏସ୍‌ଆରସି) ଚିଠି ଲେଖିଛନ୍ତି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ,ଆଜି ଉପରୋକ୍ତ ଜିଲ୍ଲାଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୧୧ ତାରିଖ ପାଖାପାଖି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ବର୍ଷା ହେବା ସହ ମୌସୁମୀର ବି ଆଗମନ ସମ୍ଭାବନା ରହିଛି ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ଆସନ୍ତାକାଲି ସକାଳ ସମୟରେ ଖରା ଓ ଉପରବେଳାକୁ ବର୍ଷା ହେବାର ସମ୍ଭାବନା ରହିଛି । ୧୦ ବେଳକୁ ଲଘୁଚାପ ହୋଇପାରେ । ତେବେ ୯ ବେଳକୁ ଦକ୍ଷିଣ ଓଡ଼ିଶାରେ ମୌସୁମୀ ପ୍ରଭାବ ଅନୁଭୂତ ହେବ । ୧୧ ସୁଦ୍ଧା ମୌସୁମୀ ସାରା ରାଜ୍ୟ ଛୁଇଁବ ବୋଲି ଡ. ସାହୁ ଆକଳନ କରିଛନ୍ତି । ରବିବାର ସକାଳ ୮ଟା ୩୦ରୁ ଅପରାହ୍ନ ୫ଟା୩୦ ମଧ୍ୟରେ ବାଲେଶ୍ୱରରେ ୧୭ ମିଲିମିଟର ବର୍ଷା ହୋଇଥିବା ବେଳେ ବାରିପଦାରେ ୧୮ ମିଲିମିଟର, ନୟାଗଡ଼ରେ ୧୧ ମିଲିମିଟର, ଚାନ୍ଦବାଲିରେ ୮ ମିଲିମିଟର ଓ ଭୁବନେଶ୍ୱରର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି ।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ୨୦ ମିଲିମିଟର, ଗୋବିନ୍ଦପୁରରେ ୨୨ ମିଲିମିଟର, ଖରିଆରେ ୧୪ ମିଲିମିଟର, ରାଜଘାଟରେ ୩୧ ମିଲିମିଟର, କୁଚିଣ୍ଡାରେ ୩୦ ମିଲିମିଟର ଓ ରାମପୁରରେ ୧୬ ମିଲିମିଟର ବର୍ଷା ହୋଇଥିବା ଜଳସମ୍ପଦ ବିଭାଗ ରେକର୍ଡ କରିଛି ।

   Related Posts