ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା

Published By : Prameya-News7 Bureau | July 07, 2019 IST

ଭୁବନେଶ୍ବର ୭|୭: ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ ସାଧାରଣ ରହିବ । ସାରା ରାଜ୍ୟରେ କେତେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଥିବାବେଳେ ଏହା ମଧ୍ୟମ ଧରଣର ବା ଅଳ୍ପ ମାତ୍ରାରେ ହେବ ବୋଲି ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସାଧାରଣତଃ ବଡ ବର୍ଷାର ସମ୍ଭାବନା ନଥିବା ଆକଳନ କରିଛି ପାଣିପାଗ ବିଭାଗ । ତେବେ ଗତକାଲି କୁଚିଣ୍ଡା ଠାରେ ସର୍ବାଧିକ ୮୮ ମିମି ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.