ରାଜ୍ୟର ୧୨ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

Published By : Prameya-News7 Bureau | September 25, 2018 IST

ଭୁବନେଶ୍ବର ୨୫|୯: ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୨ ଜିଲ୍ଲାକୁ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି । ୧୨ଟି ଜିଲ୍ଲା ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଖୋର୍ଦ୍ଧା, କଟକ, ସୋନପୁର, ବୌଦ୍ଧ, ବଲାଙ୍ଗିର, ରାୟଗଡା, ଗଜପତି ଏବଂ କନ୍ଧମାଳ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅପରାହ୍ନ ୫ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.