Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଆସନ୍ତା ୧୫ରେ ସ୍ଥଳଭାଗ ଛୁଇଁବ ଅବପାତ, ପବନର ବେଗ ରହିବ ୭୦ରୁ ୮୦ କିମି ; ଓଡିଶାରେ ବର୍ଷା ସମ୍ଭାବନା

13/12/2018 at 8:46 AM

ଭୁବନେଶ୍ବର ୧୩|୧୨: ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହେବ । ଏହା ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଅଭିମୁଖେ ଗତି କରିବ । ଆସନ୍ତା ୧୫ ତାରିଖ ସନ୍ଧ୍ୟା ସୁଦ୍ଧା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡୁ ଉପକୂଳ ଛୁଇଁବ। ଏହା ପ୍ରଭାବରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡ଼ୁରେ ପ୍ରବଳ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି ।

ପବନର ବେଗ ଆସନ୍ତା ୧୪ ତାରିଖରେ ଘଣ୍ଟାପ୍ରତି ୪୫ ରୁ ୫୫କିମି ରହିବ । ୧୫ ତାରିଖ ବେଳକୁ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ୭୦ ରୁ ୮୦ କିମି ରହିବ। ସ୍ଥଳଭାଗ ଛୁଇଁବା ବେଳକୁ ଆନ୍ଧ୍ରପ୍ରଦେଶ ଓ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେବ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାପାଇଁ ସତର୍କ ସୂଚନା ଜାରି କରାଯାଇଛି ।

ଏହାର ପ୍ରଭାବରେ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ତାରିଖଠାରୁ ଓଡ଼ିଶା ‌ସମେତ ଛତିଶଗଡ଼, ତେଲେଙ୍ଗାନା, ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକର କିଛି ସ୍ଥାନରେ ପ୍ରବଳ ‌ବର୍ଷା ହେବାର ଆକଳନ କରାଯାଇଛି।୧୬ ଓ ୧୭ ତାରିଖରେ ଦକ୍ଷିଣ ଓଡିଶାର ଗଞ୍ଜାମ, ନୟାଗଡ, ଗଜପତି, କୋରାପୁଟ ସମେତ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଜିଲ୍ଲାରେ ବର୍ଷା ସମ୍ଭାବନା ଅଧିକ ରହିଛି । ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ରହିଥିବାରୁ ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, କୋରାପୁଟ ଓ ସୁନ୍ଦରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ହୋଇପାରେ ।

   Related Posts