ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ; ୨୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି
31/08/2018 at 9:38 PM

ଭୁବନେଶ୍ୱର ୧|୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର, ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରୁ ଉତ୍ତର-ପୂର୍ବ ଦିଗକୁ ମନସୁନ୍ ଟ୍ରପଲାଇନ୍ ଜାରି ରହିଥିବାରୁ ଏହାର ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ଦିନ ସାଢେ ୧୧ଟା ଯାଏଁ ୨୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ, ବାଲେଶ୍ବର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଅନୁଗୋଳ, ଜଗତସିଂହପୁର, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।