Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା : ଘଡଘଡି ସହ ପ୍ରବଳ ବର୍ଷିବା ସମ୍ଭାବନା

2/07/2020 at 10:12 AM

ଭୁବନେଶ୍ବର ୨।୭: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଏହା ସାଙ୍ଗକୁ ମୌସୁମୀ ପୁଣି ଥରେ ସକ୍ରିୟ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ଓଡିଶାରେ ବର୍ଷା ବଢିବ । କାଲିଠୁ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆଜି କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆଭ୍ୟାନ୍ତରୀଣ ଓଡିଶାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

   Related Posts