ଆସନ୍ତା ୨୯ରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ! ପ୍ରଭାବରେ କାଲିଠାରୁ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା
27/09/2019 at 10:31 AM

ଭୁବନେଶ୍ବର ୨୭।୯: ୪୮ ଘଣ୍ଟା ଧରି ବର୍ଷା ପରେ ଆଜି ପାଗ ପରିବର୍ତ୍ତନ ହୋଇଛି । ଏଭଳି ପାଗ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରହିବ । ତେବେ ଆସନ୍ତାକାଲି ଉପକୂଳ ଓ ଉତ୍ତର ଓଡିଶାରେ ସ୍ଥାନେସ୍ଥାନେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଜ୍ଞାନର କହିବା କଥା ୨୮ ତାରିଖରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ ।
ଖୋର୍ଦ୍ଧା, କଟକ, ଢେଙ୍କାନାଳ, ନୟାଗଡ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ବଲାଙ୍ଗୀର, ବୌଦ୍ଧ, ପୁରୀ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ ।
Related Posts
ଆହୁରି ୨ ଦିନ ଥରାଇବ, ଫେବ୍ରୁଆରୀ ପହିଲା ଯାଏଁ ଲୁଚକାଳି ଖେଳିବ ଶୀତ
17 January 2021
ରାଜଧାନୀରେ ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍
17 January 2021
ଚିଲିକାରେ ଡ଼ଲଫିନ ଗଣନା ଆରମ୍ଭ
17 January 2021
ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
17 January 2021