ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା

Published By : Prameya-News7 Bureau | February 07, 2019 IST

ଭୁବନେଶ୍ବର ୭|୨: ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଓ ୯ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବ । ୮ରେ ପଶ୍ଚିମ ଓ ୯ରେ ଉପକୂଳ ଓ ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା ରହିଛି । ୮ ତାରିଖରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ବରଗଡ, ସୋନପୁର, ବଲାଙ୍ଗିରରେ ବର୍ଷା ସମ୍ଭାବନା ରହିଛି । ୯ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ସମେତ ଉପକୂଳ ଓ ଉତ୍ତର ଓଡିଶାର କିଛି ସ୍ଥାନରେ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟାରେ କଟକ, ପୁରୀ, ଖୋର୍ଦ୍ଧାର କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ଦିନ ୧ଟା ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୩୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ତାପମାତ୍ରା ୩୩ରୁ ୩୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.