Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତାକାଲିଠୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

19/06/2019 at 3:36 PM

ଭୁବନେଶ୍ବର ୧୯|୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ଓଡିଶା ଛୁଇଁପାରେ ମୌସୁମୀ । ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଆସନ୍ତାକାଲିଠାରୁ ମାଲକାନଗିରି, କୋରାପୁଟ, ଗଜପତି, ପୁରୀ, ଗଞ୍ଜାମ, ବାଲେଶ୍ବର, କେନ୍ଦ୍ରପଡା, ଜଗତସିଂହପୁରରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ । ଏହି ସବୁ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

ବର୍ତ୍ତମାନ ସୁଦ୍ଧା ୨ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ସମ୍ବଲପୁରରେ ତାପମାତ୍ରା ୪୦.୬ ଓ ବାରିପଦାରେ ତାପମାତ୍ରା ୪୦.୨ ଡିଗ୍ରୀ ରେକର୍ଡ । ଗତ ୨୪ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ସର୍ବାଧିକ ବର୍ଷା ୩୬ ମିଲିମିଟର ରେକର୍ଡ କରାଯାଇଛି ।

   Related Posts