ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧା ଜିଲ୍ଲାରେ ଆରମ୍ଭ ହେଲା ବର୍ଷା

Published By : Prameya-News7 Bureau | May 02, 2019 IST

ଭୁବନେଶ୍ବର ୨|୫: ଓଡିଶା ମୁହାଁ ସାମୁଦ୍ରିକ ଝଡ ‘ଫନି’ । ଅତି ଭୀଷଣ ଚକ୍ରବାତର ରୂପ ନେଇଛି ଫନି । ଏହା ପୁରୀଠାରୁ ୪୨୦ କିଲୋମିଟର ଦୂରରେ ରହିଛି । ବିଶାଖାପାଟଣାରୁ ୨୩୦କିଲୋମିଟର ଦୂରରେ ରହିଛି । ଘଣ୍ଟାକୁ ୧୫ କିଲୋମିଟର ବେଗରେ ‘ଫନି’ ଓଡିଶା ମୁହାଁ ରହିଛି।

{"id":109757}

ଫନିର ପ୍ରଭାବରେ ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ରାଜଧାନୀ ଭୁବନେଶ୍ବରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜି ଗଞ୍ଜାମ, ଗଜପତି ଓ ଦକ୍ଷିଣ ଓଡିଶାର ଅନ୍ୟ କିଛି ଅଞ୍ଚଳରେ ବର୍ଷା ଲାଗି ରହିବ । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ରାୟଗଡା ଓ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

{"id":109758}

ଆସନ୍ତା ୩ ତାରିଖରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, କଟକ, ପୁରୀ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର, କନ୍ଧମାଳ, ରାୟଗଡା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜରେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

{"id":109759}

ସେହିପରି ୩ ତାରିଖରେ ବୌଦ୍ଧ, କଳାହାଣ୍ଡି, ସମ୍ବଲପୁର, ଦେବଗଡ ଓ ସୁନ୍ଦରଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୪ ତାରିଖରେ ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡାରେ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.