Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ପୁରୀଠାରୁ ୩୬୦କିଲୋମିଟର ଦୂରରେ ‘ଫନି’, ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହେଲା ବର୍ଷା ଓ ପବନ

2/05/2019 at 12:29 PM

ଭୁବନେଶ୍ବର ୨|୫: ଓଡିଶା ମୁହାଁ ସାମୁଦ୍ରିକ ଝଡ ‘ଫନି’ । ଅତି ଭୀଷଣ ଚକ୍ରବାତର ରୂପ ନେଇଛି ‘ଫନି’ । ଏହା ପୁରୀଠାରୁ ୩୬୦ କିଲୋମିଟର ଦୂରରେ ରହିଛି । ବିଶାଖାପାଟଣାରୁ ୨୧୦କିଲୋମିଟର ଦୂରରେ ରହିଛି । ଘଣ୍ଟାକୁ ୧୫ କିଲୋମିଟର ବେଗରେ ‘ଫନି’ ଓଡିଶା ମୁହାଁ ରହିଛି। ପୁରୀରୁ ଚିଲିକା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୮୦ କିଲୋମିଟର ରହିବ । ପବନର ବେଗ ଘଣ୍ଟାପ୍ରତି ୨୦୦ କିଲୋମିଟର ବଢିପାରେ । ଲ୍ୟାଣ୍ଡଫଲ୍ ବେଳେ ୧.୫ ମିଟର ଉଚ୍ଚ ସମୁଦ୍ର ଜୁଆର ଉଠିବା ଆଶଙ୍କା ରହିଛି । ରାଜ୍ୟର ସମସ୍ତ ବନ୍ଦରରେ ସତର୍କ ସୂଚନା ଜାରି କରାଯାଇଛି ।

‘ଫନି’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ପୁରୀ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସହ ପବନ ଆରମ୍ଭ ହୋଇଛି । ରାଜଧାନୀ ଭୁବନେଶ୍ବରରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜି ଗଞ୍ଜାମ, ଗଜପତି ଓ ଦକ୍ଷିଣ ଓଡିଶାର ଅନ୍ୟ କିଛି ଅଞ୍ଚଳରେ ବର୍ଷା ଲାଗି ରହିବ । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ରାୟଗଡା ଓ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୩ ତାରିଖରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, କଟକ, ପୁରୀ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର, କନ୍ଧମାଳ, ରାୟଗଡା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜରେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ସେହିପରି ୩ ତାରିଖରେ ବୌଦ୍ଧ, କଳାହାଣ୍ଡି, ସମ୍ବଲପୁର, ଦେବଗଡ ଓ ସୁନ୍ଦରଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୪ ତାରିଖରେ ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡାରେ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

   Related Posts