Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ଆସନ୍ତାକାଲିଠୁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା : ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

27/01/2020 at 12:01 PM

ଭୁବନେଶ୍ବର ୨୭/୧: ଆସନ୍ତାକାଲିଠୁ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ସମ୍ଭାବନା । ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଭୁବନେଶ୍ବର ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ,୨୮ତାରିଖରୁ ଉତ୍ତର ଓଡ଼ିଶାର ସମସ୍ତ ଜିଲ୍ଲା ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ। ଏପରିକି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଛି । ୨୮ତାରିଖରେ କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ବି ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୯ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ାର କେତେକ ସ୍ଥାନରେ ବର୍ଷା ହୋଇପାରେ। ଏହାପରେ ପାଗ ବଦଳିବ। କିନ୍ତୁ ଥଣ୍ଡା ବଢ଼ିବ। ରାତିର ତାପମାତ୍ରା କମିବ।  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଆଜି ରାଜ୍ୟରେ ଶୀତର ପ୍ରକୋପ ଅନୁଭୁତ ହେବ। ଆଜି ପାଇଁ ସୋନପୁର ଓ ବଲାଙ୍ଗୀରରେ ପ୍ରବଳ ଥଣ୍ଡା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

   Related Posts