୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

Published By : Prameya-News7 Bureau | October 13, 2020 IST

ଭୁବନେଶ୍ବର ୧୩।୧୦: ଆସନ୍ତା୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅକ୍ଟୋବର ୧୭ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଡିପ୍ ଡିପ୍ରେସନ୍ ମଙ୍ଗଳବାର ସ୍ଥଳଭାଗ ଅତିକ୍ରମ କରିଛି । ଉତ୍ତର ଆନ୍ଧ୍ରପ୍ରଦେଶର କାକିନଡାରେ ଏହା ସ୍ଥଳଭାଗ ଅତିକ୍ରମ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.