ଆସନ୍ତା ୩୦ରୁ ସାରା ରାଜ୍ୟରେ ବର୍ଷା, ୪ ଦିନ ଧରି ଲାଗିରହିବ ବର୍ଷା

Published By : Prameya-News7 Bureau | June 26, 2019 IST

ଭୁବନେଶ୍ବର ୨୬|୬: ଚାଷୀଙ୍କୁ ମିଳିପାରେ ଆଶ୍ବସ୍ତି । ୩୦ ତାରିଖରୁ ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହେବାକୁ ଥିବାରୁ, ଏହାର ପ୍ରଭାବରେ ସାରା ରାଜ୍ୟରେ ୪ ଦିନ ଧରି ବର୍ଷା ଲାଗି ରହିବ ।

ଜୁଲାଇ ୧ ବେଳକୁ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏପରିକି କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶା ଉପରେ ବି ପ୍ରବଳ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

୨୮ ତାରିଖ ରାତିଠାରୁ କୋହଲା ପାଗ ଆରମ୍ଭ ହେବ। କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ ଓ କଟକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବ।

ତେବେ ୨୯ ତାରିଖ ରାତିଠାରୁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଯାହାକି ପରବର୍ତ୍ତୀ ସମୟରେ ବଢ଼ିବ। ଜୁଲାଇ ୩ ତାରିଖ ଯାଏ ଏହି ବର୍ଷା ଲାଗି ରହିବ ବୋଲି କୁହାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.