କାଲିଠୁ ବର୍ଷା : କିଛି ସ୍ଥାନରେ କାଳବୈଶାଖୀ, ୧୨ଟି ଜିଲ୍ଲାରେ ଘଡଘଡି ସହ ବର୍ଷା

Published By : Prameya-News7 Bureau | March 03, 2020 IST

ଭୁବନେଶ୍ବର ୩।୩: ଆସନ୍ତାକାଲିଠୁ ୧୨ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୧୨ଟି ଜିଲ୍ଲା ହେଉଛି ମୟୁରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ, ଭଦ୍ରକ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, କନ୍ଧମାଲ, ଗଞ୍ଜାମ, ଗଜପତି ଓ ରାୟଗଡା । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ନୂଆପଡା ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୪ ରୁ ବଢିବ ବର୍ଷାର ପରିମାଣ । ୭ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଉତ୍ତର ଓ ଦକ୍ଷିଣ ଓଡିଶାର କିଛି କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ୪ ତାରିଖରେ ମୟୁରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ, ଭଦ୍ରକ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, କନ୍ଧମାଲ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ ।

ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ୭ ତାରିଖ ପରଠୁ ପାଗରେ ପରିବର୍ତ୍ତନ ଆସିପାରେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.