ଘୂର୍ଣ୍ଣିବଳୟ ପ୍ରଭାବ : ଆଜିଠାରୁ ଉତ୍ତର ଓ ଉପକୂଳ ଓଡିଶାରେ ଘଡଘଡି ସହ ବର୍ଷା, କାଲିଠାରୁ ବଢିବ ବର୍ଷା ପରିମାଣ
5/10/2019 at 8:57 AM

ଭୁବନେଶ୍ବର ୫।୧୦: ଦଶହରାକୁ ବର୍ଷା ଧୋଇନେବା ଆଶଙ୍କା । ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ପାଗରେ ପରିବର୍ତ୍ତନ ଆସିବ । ଆସନ୍ତାକାଲିଠାରୁ ବର୍ଷା ପରିମାଣ ବଢ଼ିବ । ଆସନ୍ତା ୮ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆଜିଠାରୁ ଉତ୍ତର ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ। ୮ ତାରିଖଠାରୁ ବର୍ଷା ବଢ଼ିବ । ମୟୂରଭଞ୍ଜ ସମେତ କୋରାପୁଟ, ମାଲକାନଗିରି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାଅନୁମାନ କରିଛି।
Related Posts
ତେନ୍ତୁଳି ଗଛରେ ବସିଛି ଭାଲୁ, ଗାଁରେ ପଡିଗଲାଣି ଭାଳେଣି
22 January 2021
ଅନୁଗୋଳ: ଟ୍ରେନ୍ ଲାଇନ୍ରେ ଧାରଣାରେ ବସିଲେ ବସ ମାଲିକ ସଂଘ
22 January 2021
କଳାହାଣ୍ଡି: ଜଙ୍ଗଲରୁ କାଠ ଚାଲାଣ କରି ହଟହଟା ହେଲେ ବନ କର୍ମଚାରୀ
22 January 2021