ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | February 04, 2020 IST

ଭୁବନେଶ୍ବର ୪।୨: ଶୀତର ପ୍ରକୋପ କମିଥିବା ବେଳେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନର ସମ୍ଭାବନା ନାହିଁ । ତେବେ ୨୪ଘଣ୍ଟା ପରେ ରାତିର ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ରାୟଗଡା, ବୌଦ୍ଧ, ସୋନପୁର, ବରଗଡ, ସମ୍ବଲପୁର, ଅନୁଗୋଳ, କୋରାପୁଟ, ବଲାଙ୍ଗୀର, ନୂଆପଡା, କନ୍ଧମାଳ ଆଦି ଜିଲ୍ଲାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ।

ସେହିପରି ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, ମାଲକାନଗରି ଓ କୋରାପୁଟରେ ଘନ କୁହୁଡି ଦେଖାଦେବ । କୁହୁଡି ପାଇଁ ଯାନବାହନ ଚଳାଚଳ ପ୍ରଭାବିତ ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.