ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା, ସତର୍କ ରହିବାକୁ ପରାମର୍ଶ
24/09/2019 at 8:33 AM

ଭୁବନେଶ୍ବର ୨୪।୯: ପଶ୍ଚିମ-କେନ୍ଦ୍ରୀୟ ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଗୋଟିଏ ଦୁଇଟି ସ୍ଥାନରେ ୧୦୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ।
ରାଜ୍ୟର ୧୧ ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ । ସକାଳ ୬ଟା ୩୦ମିନିଟ୍ରୁ ୯ଟା ୩୦ମିନିଟ୍ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।