Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଶ୍ରୀମନ୍ଦିରରେ ପବିତ୍ର ବିଜୟାଦଶମୀ, ସୁନାବେଶ ବା ରାଜରାଜେଶ୍ବର ବେଶରେ ସଜ୍ଜିତ ଶ୍ରୀଜିଉ

26/10/2020 at 1:15 PM

ପୁରୀ ୨୬।୧୦: ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ । ମହାପ୍ରଭୁ ସୁନାବେଶ ବା ରାଜରାଜେଶ୍ବର ବେଶରେ ସଜ୍ଜିତ ହୋଇଛନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ପରେ ସୁନାବେଶ ହୋଇଥିଲା । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଶ୍ରୀରାମ, ଶ୍ରୀକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିଥିଲେ ।

ଶ୍ରୀମନ୍ଦିରରେ ଦଶହରା ଉତ୍ସବ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଛି । ଏହି ଅବସରରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପୂର୍ଣ୍ଣ କରାଯାଇଥିଲା । ଏହି ବେଶରେ ପାଞ୍ଚଖଣ୍ଡ ଆଜ୍ଞାମାଳ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରାଯାଇଥିଲା । ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯାଇଥିଲା । ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୁଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖ ଚକ୍ର ଆୟୁଧ ଲାଗି କରିଥିଲେ।

ପରେ ମଦନମୋହନ ଓ ରାମକୃଷ୍ଣ ଶ୍ରୀଜଗନ୍ନାଥ ବଲ୍ଲଭ ମଡ ମହାଖଳାକୁ ବିଜେ କରିଥିଲେ । ସେଠାରେ ଆରତୀ ବଢ଼ିବା ପରେ ମଦନ ମୋହନଙ୍କ ସହ ଦୁର୍ଗାମାଧବ ସିଂହାସନକୁ ବିଜେ କରିଥିଲେ । ସେଠାରେ ତିନି ବାଡ଼ରେ ମଙ୍ଗଳାର୍ପଣା କରାଯାଇଥିଲା । ଏହି ଅବସରରେ ଜଗନ୍ନାଥ ବଲ୍ଲଭ ମଠରେ ଠାକୁରଙ୍କୁ ପ୍ରସାଦ ଲାଗି ଓ ବନ୍ଦାପନା କରାଯାଇଥିଲା । ଏହାପରେ ଠାକୁର ମାନେ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ । ତେବେ ପ୍ରତିବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ କରୁଥିବା ବେଳେ ଚଳିତବର୍ଷ କୋଭିଡ଼ କଟକଣା ଯୋଗୁଁ ଶ୍ରୀମନ୍ଦିର ବନ୍ଦ ଥିବାରୁ ଭକ୍ତମାନେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରୁ ବଞ୍ଚିତ ହୋଇ ନିରାଶଭାବ ପ୍ରକାଶ କରିଛନ୍ତି।

ଦଶହରା ଅବସରରେ ମା’ ବିମଳାଙ୍କ ପ୍ରତିନିଧି ଭାବେ ପୂଜା ପାଉଥିବା ମା’ କାକୁଡ଼ିଖାଇଙ୍କ ଆଜି ରାତିରେ ବିସର୍ଜନ ସହ ଆସନ୍ତାକାଲି ଅନ୍ୟ ସମସ୍ତ ଗୋଷାଣୀମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା ହେବା ପରେ ବିସର୍ଜନ ଅନୁଷ୍ଠିତ ହେବ । ଏ ନେଇ ଆସନ୍ତାକାଲି ଦିନ ୧୦ ଟାରୁ ଭଷାଣ ଉତ୍ସବ ଶେଷ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଠାରୁ ମର୍ଚିକୋଟ ଛକ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

   Related Posts