Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୋହର ମାରିଲେ ଯୋଗୀ

25/07/2020 at 10:24 PM

ନୂଆଦିଲ୍ଲୀ ୨୫।୦୭: ଅଯୋଧ୍ୟାରେ ଅଗଷ୍ଟ ୫ରେ ହେବାକୁ ଥିବା ରାମ ମନ୍ଦିରର ଭୂମିପୂଜନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ ହେବେ। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହା ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଶନିବାର ଅଯୋଧ୍ୟାରେ ସାଧୁ-ସନ୍ଥଙ୍କ ସହ ବୈଠକରେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୫ରେ ରାମ ମନ୍ଦିରର ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗ  ଦେବେ। ତାଙ୍କ ଆଗମନ ପୂର୍ବରୁ ଅଯୋଧ୍ୟାକୁ ସଂପୂର୍ଣ୍ଣ ଭାବେ ସ୍ଵଚ୍ଛ ଓ ସୁସଜ୍ଜିତ କରାଯାଉ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆଗମନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଶନିବାର ଅଯୋଧ୍ୟା ପହଞ୍ଚି ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ରାମ ଜନ୍ମଭୂମି ପରିସର ପହଞ୍ଚି ପ୍ରସ୍ତୁତି ବିଷୟରେ ପଚାରି ବୁଝିଛନ୍ତି। ଏହା ସହିତ ରାମଲଲା ଦରବାରରେ ପୂଜା କରିଛନ୍ତି। ରାମ ମନ୍ଦିର ନିର୍ମାଣ ସ୍ଥଳ ମଧ୍ୟ ପରିଦର୍ଶନ କରିଛନ୍ତି।

ଏହା ପରେ ଯୋଗୀ ଆଦିତ୍ୟନାଥ ହନୁମାନଗଢି ପହଞ୍ଚିଥିଲେ। ସେଠାରୁ ସିଧା ରାମ ଜନ୍ମଭୂମି ନିର୍ମାଣ କାର୍ଯ୍ୟଶାଳା ପହଞ୍ଚିଥିଲେ। ଏହା ପରେ କାରସେବକ ପୁରମ ଯାଇ ସାଧୁ-ସନ୍ଥଙ୍କୁ ଭେଟିଥିଲେ। ସେ ଟ୍ରଷ୍ଟ ପଦାଧିକାରୀଙ୍କୁ ସାକ୍ଷାତ କରିବା ସହ ଅଧିକାରୀଙ୍କ ସହ ପ୍ରସ୍ତୁତି ବିଷୟରେ ଆଲୋଚନା କରିଥିଲେ।

   Related Posts