Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଫ୍ଟ ମାଗି ଯାଉଥିଲେ ଘରକୁ, ଦୁର୍ଘଟଣାରେ ମା’ପୁଅ ସମେତ ୪ ଜଣଙ୍କ ମୃତ୍ୟୁ
  • ||
  • ଦେଶରେ ତଳମୁହାଁ କରୋନା ଗ୍ରାଫ୍: ଓଡ଼ିଶାରେ ମଧ୍ୟ ହ୍ରାସ ପାଇଛି ସଂକ୍ରମଣ
  • ||
  • ସ୍କୁଲ ଫି’ ଛାଡ଼ ମାମଲା: ସପ୍ତାହେ ଭିତରେ ରିପୋର୍ଟ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ଦୁର୍ବଳ ହେଉଛି ଭାରତୀୟ ଆଖି
  • ||
  • ପୁରୀ : ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ଅନ୍ୟ ଜିଲ୍ଲାର ଶବ ହେବ ସତ୍କାର
  • ||
  • ଲଦାଖ: ଡେମଚୋକ୍‌ରେ ଭାରତୀୟ ସେନା ହାତରେ ଧରାପଡିଲେ ଚୀନ ସୈନିକ, ମିଳିଛି ଗୁରୁତ୍ଵପୂର୍ଣ୍ଣ ଦସ୍ତାବିଜ
  • ||
  • ଘରୋଇ କର୍ମଚାରୀଙ୍କ ପାଇଁ ବଡ ଖବର : ଦୀପାବଳି ପୂର୍ବରୁ ନୂଆ ପ୍ୟାକେଜ୍ ଘୋଷଣା କରିପାରନ୍ତି ସରକାର
  • ||
  • ଲୋକ ଭବନ ସମ୍ମୁଖରେ ଦୁଇ ଶିଶୁ ସହ ପତି-ପତ୍ନୀଙ୍କ ଆତ୍ମଦାହ ଉଦ୍ୟମ, ଉଦ୍ଧାର କଲା ପୋଲିସ
  • ||
  • ପୁଅ ଆସି ପଡୋଶୀଙ୍କୁ କହିଲା-ବାପା ଉଠୁନାହାନ୍ତି, ଦେଖିଲା ବେଳକୁ ଘରେ ପଡିଥିଲା ଦୁଇଟି ମୃତଦେହ
  • ||
  • ଗେହଲଟ୍ ସରକାରଙ୍କ ନିଷ୍ପତ୍ତି: ୧୩ ଅନ୍ତରାଷ୍ଟ୍ରୀୟ ଖେଳାଳିଙ୍କୁ ୨୫-୨୫ ଏକର ଜମି ଆବଣ୍ଟନ କରିବାକୁ ଘୋଷଣା
  • ||

ତିର୍ତ୍ତୋଲରେ ଚାଲିଛି ନେତାଙ୍କ ଇସ୍ତଫା ଓ ଦଳ ବଦଳ ପର୍ବ : ବିଜେପି ଛାଡିଲେ ରମାକାନ୍ତ ଭୋଇ, ଗତ ଭୋଟ୍‌ରେ ଥିଲେ ୨ନମ୍ବର

6/10/2020 at 6:34 PM

ଭୁବନେଶ୍ବର ୬।୧୦: ବିଜେପି ଛାଡିଲେ ରମାକାନ୍ତ ଭୋଇ । ୨୦୧୯ ସାଧାରଣ ନିର୍ବାଚନରେ ସେ ତିର୍ତ୍ତୋଲ ଆସନରୁ ବିଜେପି ପ୍ରାର୍ଥୀ ହୋଇଥିଲେ । ତେବେ ଦଳ ତାଙ୍କୁ ଅଣଦେଖା କରିଥିବା ଅଭିଯୋଗ ଆଣି ସେ ଦଳ ଛାଡିଥିବା ସୂଚନା ମିଳିଛି । ତିର୍ତ୍ତୋଲ ଉପନିର୍ବାଚନ ନେଇ ରାଜନୈତିକ ମାହୋଲ ସରଗରମ ଥିବା ବେଳେ ରମାକାନ୍ତ ଦଳ ଛାଡିବା ଚର୍ଚ୍ଚାର ବିଷୟ ପାଲଟିଛି । କିଛି ଦିନ ତଳେ ତିର୍ତ୍ତୋଲ ଆସନରୁ କଂଗ୍ରେସ ପ୍ରାର୍ଥୀ ହେଉଥିବା ରାଜକିଶୋର ବେହେରା ଦଳ ଛାଡି ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ତାଙ୍କୁ ସେଠାରେ ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ କରିବାର ସମ୍ଭାବନା ରହିଛି । ଦଳର ଏଭଳି ରଣନୀତିକୁ ନେଇ ରମାକାନ୍ତ ଭୋଇ ଅସନ୍ତୁଷ୍ଟ ଥିଲେ । 

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଗତ ବିଧାନସଭା ନିର୍ବାଚନରେ ଶାସକ ଦଳ ବିଜେଡି ପକ୍ଷରୁ ବିଷ୍ଣୁ ଦାସ ପ୍ରାୟ ୯୩,୭୭୪ ଭୋଟ୍ ପାଇଥିଲେ । ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଭାବେ ବିଜେପିର ରମାକାନ୍ତ ଭୋଇ ୫୩,୫୮୧ ଖଣ୍ଡ ଭୋଟ୍ ପାଇଥିଲେ । ପ୍ରାୟ ୪୦,୪୭୭ ଖଣ୍ଡରୁ ଅଧିକ ଭୋଟ୍ ବ୍ୟବଧାନରେ ବିଷ୍ଣୁ ଦାସ ବିଜୟୀ ହୋଇଥିଲେ । ଅନ୍ୟପକ୍ଷରେ ୨୦୧୯ ନିର୍ବାଚନରେ ତିର୍ତ୍ତୋଲରେ ଦ୍ବିତୀୟ ସ୍ଥାନରେ ଥିବା ରମାକାନ୍ତ ଭୋଇ ଜଣେ ଭଲ ସଂଗଠକ ଭାବେ ଜଣାଶୁଣା । ରାଜକିଶୋର ବିଜେପିକୁ ଆସିବା ପରଠାରୁ ସେ ଅସନ୍ତୁଷ୍ଟ ଥିଲେ ।

ଗତ କିଛି ଦିନ ହେବ ରମାକାନ୍ତ କିଛି ବିଜେଡି ନେତାଙ୍କ ସଂପର୍କରେ ଥିଲେ ବୋଲି ଶୁଣିବାକୁ ମିଳୁଥିଲା । ତେବେ ସେ ବିଜେପି ଛାଡିବା ପରେ ବିଜେଡିରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ହେଲେ ରମାକାନ୍ତ ଏ ନେଇ କିଛି ସ୍ପଷ୍ଟ କରିନାହାନ୍ତି । ସେ କେଉଁ ଦଳକୁ ଯିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

ସୂଚନାଯୋଗ୍ୟ ଯେ, କଂଗ୍ରେସରୁ କେବଳ ରାଜକିଶୋର ବେହେରା ନୁହଁନ୍ତି ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକ ଓ ବରିଷ୍ଠ ନେତା ଦେବେନ୍ଦ୍ର ମଲ୍ଲିକ, କିଛି ଛୁମୁହା କର୍ମୀ ଦଳ ଛାଡିଛନ୍ତି । ରାଜକିଶୋର ବେହେରା ବୃତ୍ତିରେ ଜଣେ ଆଇନଜୀବୀ ହୋଇଥିବା ବେଳେ ତାଙ୍କୁ ଉପ ନିର୍ବାଚନରେ ବିଜେପି ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି ।

   Related Posts