Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଅପେକ୍ଷାର ଅନ୍ତ ! ଘୋଷଣା ହେଲା JEE ମେନ୍ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ତାରିଖ, ଜାଣନ୍ତୁ କେବେ

6/07/2021 at 8:28 PM

ନୂଆଦିଲ୍ଲୀ ୬।୭: ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ସମେତ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଲାଗି ତାରିଖ ମଙ୍ଗଳବାର ଘୋଷଣା ହୋଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ କହିଛନ୍ତି ଯେ ତୃତୀୟ ପର୍ଯ୍ୟାୟ ପରୀକ୍ଷା ଜୁଲାଇ ୨୦ରୁ ୨୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ସେହିପରି ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଜୁଲାଇ ୨୭ରୁ ଅଗଷ୍ଟ ୨ ତାରିଖ ମଧ୍ୟରେ  ଆୟୋଜନ କରାଯିବ। ଏଣୁ ଯେଉଁ ଛାତ୍ରଛାତ୍ରୀ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଲାଗି ଆବେଦନ କରିପାରିନଥିଲେ ସେମାନେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଲାଗି ଆବେଦନ କରିପାରିବେ ବୋଲି ନିଶଙ୍କ କହିଛନ୍ତି।

ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ (ଏନଟିଏ) ଦ୍ୱାରା ଆୟୋଜନ କରାଯାଉଥିବା ଜଏଣ୍ଟ ଏଣ୍ଟ୍ରାନ୍ସ ଏକଜାମ ୨୦୨୧ (ଜେଇଇ ମେନ୍‌ ଏକଜାମ-୨୦୨୧)ର ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷାକୁ କରୋନା ଭାଇରସ ମହାମାରୀ ଲାଗି ସ୍ଥଗିତ କରି ଦିଆଯାଇଥିଲା। ତେବେ ଏ ନେଇ ଶିକ୍ଷାମନ୍ତ୍ରୀଙ୍କ ଘୋଷଣା ପରେ ଛାତ୍ରଛାତ୍ରୀ ଆଶ୍ୱସ୍ତ ହୋଇଛନ୍ତି। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଯେଉଁମାନେ ଆବେଦନ କରିପାରିନଥିଲେ ସେମାନେ ମଙ୍ଗଳବାର ୬ ଜୁଲାଇରୁ ୮ ଜୁଲାଇ ୨୦୨୧ ସୁଦ୍ଧା ଅନଲାଇନ ଆବେଦନ କରିପାରିବେ।

ସେହିପରି ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଲାଗି ଜୁଲାଇ ୯ରୁ ୧୨ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ଶିକ୍ଷାମନ୍ତ୍ରୀଙ୍କ ସୂଚନା ଅନୁସାରେ ଜେଇଇ ମେନ୍‌ ପରୀକ୍ଷା ୪ ଥର ଆୟୋଜିତ ହେଉଛି। ଯେଉଁ ପରୀକ୍ଷା ପର୍ଯ୍ୟାୟରେ ଛାତ୍ରଛାତ୍ରୀଙ୍କ ସ୍କୋର ଅଧିକ ହେବ ସେହି ସ୍କୋରକୁ କନସିଡର କରାଯିବ। ସେହିପରି ଯେଉଁଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ଚାହୁଁଛନ୍ତି ସେମାନେ ୬ରୁ ୮ ଜୁଲାଇ ମଧ୍ୟରେ ଲଗଇନ କରି କେନ୍ଦ୍ର ପରିବର୍ତ୍ତନ କରିପାରିବେ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି।

   Related Posts