Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ରଙ୍ଗିଲା ଟ୍ୟୁସନ୍ ସାର୍ : ଦଶମ ଶ୍ରେଣୀ ଛାତ୍ରୀଙ୍କୁ ନେଇ ମାରିଲେ ଚମ୍ପଟ୍, ସ୍କୁଲ ଯିବା ବେଳେ ଉଠାଇନେଲେ

15/01/2021 at 12:41 PM

ମହାକାଳପଡ଼ା,୧୫/୦୧: ଛାତ୍ରୀଙ୍କୁ ନେଇ ପେରାର ହୋଇଗଲେ ଟ୍ୟୁସନ୍ ସାର୍। କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ୍‌ ତନ୍ତିଆପାଳ ସାମୁଦ୍ରିକ ଥାନାରେ ଜଣେ ଟ୍ୟୁସନ ସାରଙ୍କ ବିରୋଧରେ ଏପରି ସାଙ୍ଘାତିକ ଅଭିଯୋଗ ଆସିଛି । 

ଜିଲ୍ଲାର ମହାକାଳପଡ଼ା ବ୍ଲକ୍‌ ଅନ୍ତର୍ଗତ ତନ୍ତିଆପାଳ ଅନ୍ତର୍ଗତ ସୁନିତି ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଟ୍ୟୁସନ୍ ‌ସାର୍‌ ମଙ୍ଗଳବାର ସ୍କୁଲ ଯିବା ସମୟରେ ଉଠାଇ ନେଇ ଯାଇଥିବା ଅଭିୟୋଗ ହୋଇଛି । ଏନେଇ ସାଧାରଣରେ ଚର୍ଚ୍ଚା ଜୋର୍ ଧରିଛି ।

ସଂପୃକ୍ତ ଶିକ୍ଷକ ଛାତ୍ରୀଙ୍କୁ ପୁରୀ ନେଇ ଯାଇ ତାଙ୍କର ଜଣେ ସମ୍ପର୍କୀୟଙ୍କ ଘରେ ରଖିଥିବା ସୂଚନା ମିଳିଛି । ଏଭଳି ଘଟଣା ପରେ ଉଭୟ ପକ୍ଷ ଆପୋସ ଆଲୋଚନା ମାଧ୍ୟମରେ ଗୋପନ ବିବାହ କରାଇ ଦେବା ନିମନ୍ତେ ମସୁଧା ଚଳାଇଛନ୍ତି । ଏହାକୁ କିନ୍ତୁ ବୁଦ୍ଧିଜୀବୀମାନେ ନାପସନ୍ଦ କରିଛନ୍ତି। ଉପକୂଳ ଅଞ୍ଚଳରେ ନାବାଳିକା ବିବାହ ବୃଦ୍ଧି ପାଉଥିବାରୁ ସାଧାରଣରେ ଅସନ୍ତୋଷ ବଢିବାରେ ଲାଗିଛି।

   Related Posts