Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ରଞ୍ଜନ ଗୋଗେଇ

3/10/2018 at 11:27 AM

ନୂଆଦିଲ୍ଲୀ ୩|୧୦: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ରଞ୍ଜନ ଗୋଗେଇ । ଜଷ୍ଟିସ୍ ଦୀପକ ମିଶ୍ର ଗତକାଲି ପ୍ରଧାନ ବିଚାରପତି ପଦରୁ ଅବସର ଗ୍ରହଣ କରିଛନ୍ତି । ଗତ ୧୩ ତାରଖରେ ରାଷ୍ଟ୍ରପତି, ଜଷ୍ଟିସ୍ ଗୋଗେଇଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ଦେଇଥିଲେ।୧୯୫୪ ମସିହା ୧୮ ନଭେମ୍ବରରେ ଜନ୍ମ ଗ୍ରହଣ କରିଥିବା ଜଷ୍ଟିସ୍ ଗୋଗେଇ ୧୯୭୮ରେ ଆଇନଜୀବୀ  ଆରମ୍ଭ କରିଥିଲେ । ଗୌହାଟୀ ହାଇକୋର୍ଟରୁ ସେ ଓକିଲାତି ଆରମ୍ଭ କରିଥିଲେ। ୨୦୦୧ ମସିହା ଫେବୃଆରୀ ୨୮ ତାରିଖରେ ସେ  ଗୌହାଟୀ ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।  ୨୦୧୦ ମସିହା  ସେପ୍ଟେମ୍ବର ୯ତାରିଖରେ ସେ ପଞ୍ଜାବ ଓ ହରିୟାଣା ହାଇକୋର୍ଟକୁ ସ୍ଥାନାନ୍ତରିତ ହୋଇଥିଲେ। ପରେ ୨୦୧୧ ମସିହା ୧୨ ଫେବୃଆରୀରେ ସେ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ସେହିପରି ୨୦୧୨ ମସିହା  ଅପ୍ରେଲ ୨୩ରେ ସେ ସୁପ୍ରିମକୋର୍ଟର ବିଚାରପତି  ଭାବେ ନିଯୁକ୍ତ ହୋଇଥିଲେ ।

   Related Posts