ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ; ଅଭିଯୁକ୍ତ ମାମୁ ଗିରଫ

12/09/2018 at 3:19 PM

ଭୁବନେଶ୍ବର ୧୨|୯: ଭୁବନେଶ୍ବର ଶବର ସାହିରେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୁକ୍ତ ପୀଡିତାଙ୍କ ମାମୁକୁ ଗିରଫ କରିଛି ପୋଲିସ । ପୀଡିତା ନାବାଳିକାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଗତକାଲି ରାତିରେ ପୀଡିତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଗତକାଲି ରାତିରେ ପୀଡିତାଙ୍କର ଅସ୍ତ୍ରୋପଚାର ହୋଇଥିବା ଜଣାପଡିଛି । ତେବେ ଅପରେସନ ପରେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିନଥିବା ଜଣାପଡିଛି । ତାଙ୍କୁ ଏବେ ଆଇସିୟୁରେ ରଖାଯାଇଛି । ସେପଟେ ଗିରଫ ହୋଇଥିବା ଅଭିଯୁକ୍ତର ଡାକ୍ତରୀ ମାଇନା କରାଯାଇଛି । ଘଟଣା ସଂପର୍କରେ ଅଭିଯୁକ୍ତକୁ ଅଧିକ ପଚରାଉଚରା କରିବା ସହ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts