Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଏରସମା ଅଞ୍ଚଳରେ ବିରଳ ପ୍ରଜାତିର ପଶୁ, ଖୋଜୁଛି ବନ ବିଭାଗ

9/07/2021 at 12:35 PM

ପାରାଦୀପ ୯।୭: ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍ ମାହାଳ ଗ୍ରାମରୁ ଏକ ବିରଳ ପ୍ରଜାତିର ଜୀବ ଦେଖିବାକୁ ମିଳିଛି। ଯାହା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ୍ ହେବାରେ ଲାଗିଛି। ତେବେ ଏହା ଆଫ୍ରିକୀୟ ହନି ବଡଗର ବୋଲି କୁହାଯାଉଛି ।  

ସୂଚନାଯୋଗ୍ୟ ଯେ, କିଛି ଦିନ ହେବ ମାହାଳ ଗ୍ରାମରେ ଥିବା ବିଭିନ୍ନ ପାନ ବରଜ ଭିତରେ ମାଟିରେ ଗାତ ଖୋଳୁଥିବାର କିଛି ଚାଷୀ ଦେଖିବାକୁ ପାଇଥିଲେ । ତେବେ ଏହି ଜୀବଟି ପାନଚାଷୀ ମାନଙ୍କର ପାନବରଜକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେଉଥିବାରୁ ଗ୍ରାମବାସୀମାନେ ଫାଶ ପକାଇ ଜୀବଟିକୁ ଧରି ପାଖରେ ଥିବା ଜଙ୍ଗଲରେ ଛାଡି ଦେଇଥିବା ସୂଚନା ମିଳିଛି । ତେବେ ଏହି ଘଟଣା ସୋସିଆଲ ମିଡ଼ିଆରେ ଭାଇରାଲ୍ ହେବା ପରେ କୁଜଙ୍ଗ ବନ ବିଭାଗ ପକ୍ଷରୁ ଜୀବଟିକୁ ଧରିବା ପାଇଁ ଖୋଜାଖୋଜି ଜାରି ରହିଛି।

   Related Posts