ସମ୍ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

Published By : Prameya-News7 Bureau | May 27, 2021 IST

ଭୁବନେଶ୍ବର ୨୭।୫: ୪୧ ବର୍ଷିୟ ଜଣେ ବ୍ୟକ୍ତିଙ୍କର ଶରୀରରେ ବିରଳ ଅସ୍ତ୍ରୋପଚାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲର ଶଲ୍ୟ ଚିକିତ୍ସକ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ଆଣ୍ଡ ସମ୍ ହସ୍ପିଟାଲରେ ଭର୍ତି ହୋଇଥିବା ଏହି ରୋଗୀଙ୍କର ବାମପଟ ଆଡ୍ରିନାଲ୍ ଗ୍ଲାଣ୍ଡ (କିଡନି ଉପରେ ଥିବା ଗ୍ରନ୍ଥି)ରେ ୬ ସେଂଟିମିଟର ଆକୃତିର ଏକ ଟ୍ୟୁମରଟିକୁ ବିରଳ ଅସ୍ତ୍ରୋପଚାର ଜରିଆରେ କାଢ଼ିବାରେ ସଫଳ ହୋଇଛନ୍ତି ସମ୍‌ର ଶଲ୍ୟ ଚିକିତ୍ସକ ।

ପଶ୍ଚିମ ବଙ୍ଗ ଖଡଗପୁର ଅଂଚଳର ସଞ୍ଜୀବ ସିଂ ନାମକ ଏହି ରୋଗୀ ଜଣକ ତଳି ପେଟରେ ଯନ୍ତ୍ରଣା ଅନୁଭବ କରିବାର ସମସ୍ୟା ନେଇ ଶନିବାର ସମ୍ ହସ୍ପିଟାଲରେ ଭର୍ତି ହୋଇଥିଲେ । ପରୀକ୍ଷା ନିରୀକ୍ଷା ପରେ ଟ୍ୟୁମର ଥିବା ଜଣାପଡ଼ିଥିଲା ।

ରେଡ଼ିଓଲୋଜି ବିଭାଗର ମୁଖ୍ୟ ଡାକ୍ତର ସତ୍ୟ ମହାପାତ୍ର ସିଟି ସ୍କାନ ଦ୍ୱାରା ଏହି ଟ୍ରୁମରକୁ ଚିହ୍ନଟ କରିଥିଲେ ।

ଶଲ୍ୟ ବିଭାଗର ଡାକ୍ତର ଜିତେନ୍ଦ୍ର ନାରାୟଣ ସେନାପତିଙ୍କ ନେତୃତ୍ୱରେ ଶଲ୍ୟ ଚିକିତ୍ସକଙ୍କର ଏକ ଟିମ୍ ଜଟିଳ ପ୍ରକ୍ରିୟା ଲ୍ୟାପ୍ରୋସ୍କୋପିକ ଆଡ୍ରିନାଲେକଟୋମି ମାଧ୍ୟମରେ ଏହି ଟ୍ୟୁମରଟିକୁ ସଫଳତାର ସହ କାଢ଼ିବାରେ ସକ୍ଷମ ହୋଇଥିଲେ । ରୋଗୀ ଜଣଙ୍କ ଏବେ ସୁସ୍ଥ ଥିବାବେଳେ ଖୁବ୍ ଅଳ୍ପ ଦିନ ମଧ୍ୟରେ ହସ୍ପିଟାଲରୁ ଡିସଚାର୍ଜ ହେବେବୋଲି ଜଣାପଡ଼ିଛି ।

ସର୍ଜରୀ କରିଥିବା ଟିମ୍‌ରେ ଡାକ୍ତର ଜେ.ଆର. ପାଣି, ଡାକ୍ତର ବିନୟ କୋନର, ଡାକ୍ତର ସୁନୀଲ କର, ଡାକ୍ତର ସୋନାଲି ମହାନ୍ତି, ଡାକ୍ତର କିସାନ ରେଡ୍ଡି ଏବଂ ଡାକ୍ତର ସୌରଭ ତ୍ରି ।ଠୀ ପ୍ରମୁଖ ସାମିଲ୍ ହୋଇ ଏହି ଅସ୍ତ୍ରୋପଚାରଟିକୁ ସଫଳ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.