ଜୁନ୍‌ ୨୫ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 25, 2021 IST

ମେଷ – ଆଜି ଆପଣ ଭୋଗ ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶ ପାଇବେ । କିନ୍ତୁ ବେପରୁଆ କାର୍ଯ୍ୟକଳାପରୁ ସ୍ୱାସ୍ଥ୍ୟ ସମ୍ପର୍କୀୟ ଚିନ୍ତାରେ ପଡିପାରନ୍ତି । ପ୍ରଶାସନିକ ସ୍ତରରେ ବୁଝାମଣା ନେଇ ତିକ୍ତତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।

       ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

       ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

       ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

       କର୍ମଜୀବି- ଅର୍ଥ ହାନୀ ହେବ ।

       ବ୍ୟବସାୟୀ- ଅର୍ଥ ହାନୀ ହେବ ।

       ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ପୁରାତନ ରୋଗପୀଡା,ଋଣ ପରିଶୋଧ ଓ ଆତ୍ମୀୟଙ୍କ ବିରୁଦ୍ଧାଚରଣ ବିଷୟରେ ଚିନ୍ତା କରିବେ । ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ଚେଷ୍ଟା କରି ସଫଳତା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

       ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

       ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

       ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

       କର୍ମଜୀବି- ଅର୍ଥ ହାନୀ ହେବ ।

       ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

       ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ – ଆର୍ଥିକ ସ୍ଥିତିରେ ଉନ୍ନତି ଘଟିଲେ ମଧ୍ୟ ଆଶାନୁରୂପ ନ ହେବା କାରଣରୁ ମାନସିକ ସ୍ଥିତି ବିଗିଡିଯିବ । କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ । 

       ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

       ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

       ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

       କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

       ବ୍ୟବସାୟୀ- ସଫଳତା ମିଳିବ ।

       ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ସମୟର ଅନୁକୂଳ ପ୍ରବାହରେ ଧୀରେ ଧୀରେ ସମସ୍ୟା ସମାଧାନ କରି କର୍ମକ୍ଷେତ୍ରରେ ସୁପ୍ରତିଷ୍ଠିତ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଯାହା ଭାବୁଛନ୍ତି ତାହା ହିଁ ହେବାରେ ଅସୁବିଧା ରହିବ ନାହିଁ । ଶୁଭ ରଙ୍ଗ ହାଢ ନୀଳ । ଶୁଭ ଅଙ୍କ ୬ ।

       ଚାଷୀ- ଜଳ ସଞ୍ଚୟ କରନ୍ତୁ ।

       ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

       ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

       କର୍ମଜୀବି- ଅର୍ଥ ହାନୀ ହେବ ।

       ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

       ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – କ୍ରମଶଃ ଅବନ୍ନତି ଘଟୁଥିବା ସ୍ୱାସ୍ଥ୍ୟ ସକାଶେ ମନସ୍ତାପ କରିବେ । ଆନୁଷ୍ଠାନିକ କାମରେ ନୀଚ ମନୋଭାବର ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

       ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

       ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

       ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

       କର୍ମଜୀବି- ସମ୍ମାନିତ ହେବେ ।

       ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

       ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଚାପ କ୍ରମଶଃ କମିଯିବ । ପ୍ରତିବେଶୀଙ୍କ ସାହାର୍ଯ୍ୟ ନେଇ କୌଣସି ଅସମାହିତ କାମକୁ ସମ୍ପନ୍ନ କରିବ । କୌଣସି ବନ୍ଧୁଙ୍କ ସକାଶେ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

       ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

       ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

       ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

       କର୍ମଜୀବି- ପ୍ରଶଂସିତ ହେବେ ।

       ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

       ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ଆନୁଷ୍ଠଙ୍ଗିକ ସାହାର୍ଯ୍ୟ, ସୁବିଧା ପାଇବେ । ବର୍ତ୍ତମାନ ସକାଶେ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ । ଶୁଭ ରଙ୍ଗ କଳା । ଶୁଭ ରଙ୍ଗ ୫ ।

       ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

       ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

       ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

       କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

       ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

       ଗୃହିଣୀ- ଧାର୍ମିକ ହେବେ ।

ବିଛା – ବିବାଦୀୟ କଥା,ଶତ୍ରୁତା କରୁଥିବା ବ୍ୟକ୍ତି, ଅର୍ଥ ସମ୍ପର୍କୀୟ ସମସ୍ୟା ବିଷୟରେ ଚିନ୍ତା କରିବେ । ଆତ୍ମୀୟଙ୍କ ପ୍ରତିରୋଧ ଆପଣଙ୍କ ଚିନ୍ତାଧାରାକୁ ବିଶୃଙ୍ଖଳିତ କରିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

       ଚାଷୀ- ଜଳ ସଞ୍ଚୟ କରନ୍ତୁ ।

       ରୋଗୀ- ଚକ୍ଷୁ ପୀଡା ହେବ ।

       ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

       କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

       ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

       ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ – ବନ୍ଧୁଙ୍କ ସ୍ନେହ, ପାରିବାରିକ ଆଦର, ଅର୍ଥ ଓ ଦ୍ରବ୍ୟକାବ, ସନ୍ତାନସୁଖ ପ୍ରଭୃତି ପ୍ରାପ୍ତି ଘଟାଇବ । ଶିଳ୍ପ,ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଶୁଭପ୍ରଦ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

       ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

       ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

       ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

       କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

       ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

       ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଘରକଥା, ଜମିବାଡି, ଯାନବାହନ, ଲୋକସମ୍ପର୍କ, ଆଲୋଚନା ଭିତରେ ସମୟ ଅତିବାହିତ ହେବ । ବୃତ୍ତିଗତ ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

       ଚାଷୀ- ଉତ୍ତମ ଫଳ ପାଇବେ ।

       ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

       ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

       କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

       ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

       ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ  – ବିଭିନ୍ନ ସମସ୍ୟାମୂଳକ କାମର ଅନ୍ତ ଘଟିବା ସମ୍ବନ୍ଧରେ ଅବଗତ ହୋଇପାରିବେ । ଅବଶ୍ୟ ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।

       ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

       ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

       ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

       କର୍ମଜୀବି- ଅର୍ଥ ହାନୀ ହେବ ।

       ବ୍ୟବସାୟୀ- ଅର୍ଥ ହାନୀ ହେବ ।

       ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – କୌଣସି କଥାକୁ କେନ୍ଦ୍ରକରି ଶିକ୍ଷା କ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ । କଳା,ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ଆଶା ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

       ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

       ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

       ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

       କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

       ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

       ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.