Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

୭ବର୍ଷର ଛୁଆ ଉପରେ ମାଡ଼ିଗଲା କାର୍‌, କ୍ଷତିପୂରଣ ଦାବିରେ ରାସ୍ତାରୋକ

19/10/2021 at 12:20 PM

ରାଉରକେଲା ୧୯।୧୦: ୭ବର୍ଷର ଛୁଆ ଉପରେ ମାଡ଼ିଗଲା କାର୍‌ । ଗୁରୁତର ଅବସ୍ଥାରେ କାର୍‌ ଚାଳକ ଛୁଆକୁ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ମେଡିକାଲରେ ଛୁଆର ମୃତ୍ୟୁ ହୋଇଯାଇଛି । ତେବେ ସ୍ଥାନୀୟଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି ।

ଖବର ଅନୁଯାୟୀ, ସୋମବାର ରାତି ପ୍ରାୟ ୭.୩୦ ମିନିଟ ସମୟରେ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ କ୍ରୀଷ୍ନା କୁମାର ନାମକ ଜଣେ ୭ବର୍ଷୀୟ ଶିଶୁ ଚପଲ କିଣିବାକୁ ଯାଇଥିଲେ । ଠିକ୍‌ ଏହି ସୟମରେ ଏକ କାର୍‌ ଆସି ଧକ୍କା ଦେଇଥିଲା । ଯାହାଫଳରେ ସେ ଗୁରୁତର ହୋଇପଡିଥିଲେ । ତାଙ୍କୁ ସେଠାରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲେ । ହେଲେ ସେଠାରେ ଶିଶୁଟିକୁ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି । ତେବେ ପରିବାର ସହ ସ୍ଥାନୀୟ ଲୋକେ କ୍ଷତି ପୁରଣ ବାବଦକୁ ୫ ଲକ୍ଷ ଟଙ୍କା ଦାବି କରିଛନ୍ତି । ନୂଆ ବାସ ଷ୍ଟାଣ୍ଡ ସମ୍ମୁଖରେ  ଗାନ୍ଧୀ ରୋଡ଼ରେ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି । ଯାହାଫଳରେ ଯାତ୍ରୀବାହି ବସ୍ ଷ୍ଟାଣ୍ଡ ରୁ ବାହାରି ପାରୁ ନାହିଁ । ଯାତାୟତ ସେବା ଠପ୍‌ ରହିଛି । ଅନ୍ୟ ପଟେ ଦୁର୍ଘଟଣା ଘଟାଇଥିବା ଚାଳକ ଥାନାରେ ଆତ୍ମ ସମର୍ପଣ କରିଛି ।

   Related Posts