Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ପ୍ରବାସୀ ଶ୍ରମିକଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲା ବସ୍, ଅଭିଯୋଗ ପରେ ବସ୍ ସହ ଡ୍ରାଇଭର ଓ କଣ୍ଡକ୍ଟର ଅଟକ
  • ||
  • ଚାନ୍ଦବାଲି : ୨ ଦିନ ଆଖଣ୍ଡଳମଣୀଙ୍କ ମନ୍ଦିର ବନ୍ଦ, ଜଣେ ସେବାୟତ କରୋନା ପଜିଟିଭ୍ ପରେ ପ୍ରଶାସନର ପଦକ୍ଷେପ
  • ||
  • ଟାଙ୍ଗୀ : ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ହେଲପର ମୃତ, ଡ୍ରାଇଭର ଗୁରୁତର
  • ||
  • ରାଇରଙ୍ଗପୁର : ସ୍କୁଲ ନିକଟ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା
  • ||
  • ସୋର : ଭୁବନେଶ୍ବର-କୋଲକତା ଜନଶତାବ୍ଦୀ ଟ୍ରେନ୍‌ରେ ନିଆଁ, ଟଳିଲା ବଡ ଦୁର୍ଘଟଣା
  • ||
  • ‘ଚାକିରୀରେ ୬ ବର୍ଷ ପୂରଣ କରିଥିବା କର୍ମଚାରୀଙ୍କୁ ସରକାର ରେଗୁଲାର କରିବାକୁ ବାଧ୍ୟ’, ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ହାଇକୋର୍ଟ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ, ୧୯୩୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଡ଼ଗାଁ ପଞ୍ଚାୟତ ୩ ଦିନ ପାଇଁ ଲକ୍‌ଡାଉନ୍‌, ବନ୍ଦ ରହିବ ହାଟ ଓ ବଜାର
  • ||
  • ରାୟଗଡ଼ାରେ ମୃଦୁ ଭୂକମ୍ପ, କ୍ଷୟକ୍ଷତିର ସୂଚନା ନାହିଁ
  • ||
  • ବଢୁଛି ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୯୮୯ ପଜିଟିଭ୍ ଚିହ୍ନଟ
  • ||

ଆସନ୍ତାକାଲି ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା, ଆଜି ଆଜ୍ଞାମାଳ ବିଜେ ପରେ ସିଂହଦ୍ବାର ରଥ ଚକଡାକୁ ବିଜେ କରିବେ ତିନି ରଥ

3/07/2019 at 9:11 AM

ପୁରୀ ୩|୭:  ଆସନ୍ତାକାଲି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଆଜି ଉଭାଯାତ୍ରା, ଆଜ୍ଞାମାଳ ନୀତି ଅନୁଷ୍ଠିତ ହେବ । ପରମ୍ପରା ଅନୁସାରେ  ରଥଖଳାରେ ପ୍ରସ୍ତୁତ ହୋଇ ରହିଥିବା ୩ ରଥକୁ ଆଜି ରଥ ଖଳାରୁ ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖ ଚକଡାକୁ ନିଆଯିବ ।

ରଥ ଖଳାରେ ୩ ରଥରେ ଆଜ୍ଞାମାଳ ବିଜେ ପରେ ପୋଲିସ ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ଓ ସେବକମାନେ ରଥକୁ ସିଂହଦ୍ବାର ଚକଡାକୁ ଟାଣି ନେବେ । ଏହା ପରେ ୩ ରଥକୁ ଉତ୍ତରାମୁହାଁ କରି ରଖାଯିବ । ଆସନ୍ତାକାଲି ଶ୍ରୀଗୁଣ୍ଡିଚା ଯାତ୍ରାରେ ରଥ ଉପରେ ୩ ଠାକୁର ବିଜେ କରିବା ପରେ ରଥଟଣା ଆରମ୍ଭ ହେବ । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ନୀତି ଚୂଡାନ୍ତ ହୋଇଛି । ନୀତି ନିର୍ଘଣ୍ଟ ଅନୁଯାୟୀ ଆଜି ବନକଳାଗି ସମ୍ପର୍ଣ୍ଣ ପରେ ସକାଳୁ ଦତ୍ତା ବାହାରିଥିଲେ । ପରେ ପରେ ମଙ୍ଗଳା ଆଳତି, ମଇଲମ, ତଡପଲାଗି, ଅବକାଶ ନୀତି ହୋଇଛି । 

ସକାଳ ୯ ଟା ୧୫ ମିନିଟ୍ ରେ ସୂର୍ଯ୍ୟପୂଜା ସାଢ଼େ ୯ ଟାରେ ଦ୍ବାରପାଳ ପୂଜା ଓ ବେଶ ଶେଷ ହୋଇଛି । ସକାଳ ୧୦ ଟାରୁ ୧୧ ଟା ପର୍ଯ୍ୟନ୍ତ ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ଅନୁଷ୍ଠିତ ହେବ । ପୂର୍ବାହ୍ନ ସାଢ଼େ ୧୧ ଟାରେ ରଥ ଖଳାକୁ ତିନିବାଡଙ୍କ ଆଜ୍ଞାମାଳ ବିଜେ କରିବେ

   Related Posts