ନୟାଗଡ ବନଖଣ୍ଡରୁ ତୃତୀୟ ପର୍ଯ୍ୟାୟରେ ଆସିଲା ରଥକାଠ, ୧୭ଟି ଧଉରା ଓ ଅସନ କାଠ ଆସିଛି

Published By : Prameya-News7 Bureau | April 26, 2021 IST

ପୁରୀ ୨୬।୪: ଚଳିତବର୍ଷ ରଥଯାତ୍ରା ପାଇଁ ପ୍ରସ୍ତୁତ ଶ୍ରୀମନ୍ଦିର ପ୍ରଶାସନ । ସୋମବାର ନୟାଗଡ ବନଖଣ୍ଡରୁ ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ୍ ପୁରୀରେ ଆସି ପହଞ୍ଚିଛି । ଏଥିରେ ସମୁଦାୟ ୧୭ଟି ଧଉରା ଓ ଅସନ କାଠ ରହିଛି । 

{"id":444283,"width":839,"height":461,"sizeSlug":"large","linkDestination":"none"}

ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ୍ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି । ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି । ତେବେ ୭୯୬ ଖଣ୍ଡରୁ ଆଜି ପର୍ଯ୍ୟନ୍ତ ମୋଟ୍ ୭୯ ଖଣ୍ଡ ବର୍ତ୍ତମାନ ସୁଦ୍ଧା ପୁରୀରେ ପହଞ୍ଚିଥିବା ବେଳେ ବଳକା କାଠ ପର୍ଯ୍ୟାୟକ୍ରମେ ଆସି ପହଞ୍ଚିବ ।

{"id":444284,"width":840,"height":462,"sizeSlug":"large","linkDestination":"none"}

ତେବେ ଗତ ସରସ୍ବତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ୩ଟି କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା । ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି।  ତିନିରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀରାମ ନବମୀ ଠାରୁ କଟକ ସ୍ଥିତ ଖପୁରିଆ କରତ କଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.