ପୁରୀରେ ପହଞ୍ଚିଲା ୩ୟ ପର୍ଯ୍ୟାୟ ରଥକାଠ, ପର୍ଯ୍ୟାୟକ୍ରମେ ଆସିବ ଆଉ କାଠ

Published By : Prameya-News7 Bureau | April 19, 2021 IST

ପୁରୀ ୧୯।୦୪: ରଥଯାତ୍ରା ପ୍ରସ୍ତୁତ । ଚଳିତବର୍ଷ ରଥଯାତ୍ରା ପାଇଁ ପ୍ରସ୍ତୁତ ଶ୍ରୀମନ୍ଦିର ପ୍ରଶାସନ । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ଆସି ପହଞ୍ଚିଛି।  ଏଥିରେ ସମୁଦାୟ ୧୩ଟି ଫାସୀ କାଠ ରହିଛି। 

{"id":440656,"sizeSlug":"large","linkDestination":"none"}

ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର  ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି। ତେବେ ୭୯୬ ଖଣ୍ଡରୁ ଆଜି ପର୍ଯ୍ୟନ୍ତ ମୋଟ ୬୨ ଖଣ୍ଡ  ବର୍ତମାନ ସୁଦ୍ଧା ପୁରୀରେ ପହଂଚିଥିବା ବେଳେ ବଳକା ୭୩୪ ଖଣ୍ଡ କାଠ ପର୍ଯ୍ୟାୟ କ୍ରମେ ଆସି ପହଞ୍ଚିବ ।

{"id":440657,"sizeSlug":"large","linkDestination":"none"}

ଗତ ସରସ୍ୱତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନୋଟି କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା | ଆସନ୍ତା ଅକ୍ଷୟ ତୃତୀୟା  ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି। ତିନି ରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଆସନ୍ତା ୨୧ ତାରିଖ ବୁଧବାର ଶ୍ରୀରାମ ନବମୀ ଠାରୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.