Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

3/06/2021 at 2:16 PM

ପୁରୀ ୦୩।୦୬ : ମହାପ୍ରଭୁଙ୍କ ଭଉଁରୀ ଉତ୍ସବ । ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି । ଆଜି ଶ୍ରୀଜିଉଙ୍କ ସକାଳ ଧୂପ ସରିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡାମାନେ ମହାପ୍ରଭୁଙ୍କ ଆଜ୍ଞା ମାଳ ରଥଖଳାକୁ ବିଜେ କରାଇଥିଲେ । ପରେ ଭୋଇ ସେବକମାନେ ତିନି ରଥର ଦୁଇଟି ଲେଖାଏଁ ଚକରେ ଗୋଟିଏ ଲେଖାଏଁ ଅଖ ସଂଯୋଗ କରିଥିଲେ ।

ଆଜି ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ । ଏହି ଅନ୍ତିମ ଦିନକୁ ଭଉଁରୀ ଯାତ୍ରା କୁହାଯାଉଥିବା ବେଳେ ଆଜିର ଦିନରେ ତିନି ରଥର ଚକ ଅଖ ଡେରା କାର୍ଯ୍ୟ ସମ୍ପର୍ଣ୍ଣ କରାଯାଇଥାଏ । ତେବେ ତିନି ରଥର ମୋଟ ୪୨ଟି ଚକରୁ ବର୍ତ୍ତମାନ ସୁଦ୍ଧା ୨୦ରୁ ଅଧିକ ଚକ ନିର୍ମାଣ କାମ ସରିଛି। ବାକି ଚକଗୁଡିକର ନିର୍ମାଣ କାର୍ଯ୍ୟ ଜୋର୍ ସୋରରେ ଚାଲିଛି।

ସେହିପରି ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ରଥଖଳା ଓ ନରେନ୍ଦ୍ର ପୋଖରୀ ଚତୁଃପାର୍ଶ୍ବରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପ୍ରାୟ ତିନି ପ୍ଲାଟୁନରୁ ଊର୍ଦ୍ଧ୍ୱ ପୋଲିସ ଫୋର୍ସ ମୂତୟନ କରାଯାଇଛି। ଏଥିସହ ବଡଦାଣ୍ତ, ରଥଖଳା ଓ ନରେନ୍ଦ୍ର ପୁଷ୍କରିଣୀ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ଏହାବ୍ୟତୀତ ସମସ୍ତ କୋଭିଡ୍ କଟକଣା ଭିତରେ ମହାପ୍ରଭୁଙ୍କ ଭଉଁରୀ ଉତ୍ସବ ପାଳନ କରାଯାଉଛି।

   Related Posts